ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।

ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ। ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।