ଓଡ଼ିଶା ଆସୁଛନ୍ତି ମୋଦୀ
ଭୁବନେଶ୍ବର: ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ।

ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍ଘାଟନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀର ଦ୍ବିତୀୟ ଦିନରେ ସମସ୍ତ ପୁଲିସ ଡିଜିଙ୍କ ସହ ଦେଶର ଅନ୍ତରୀଣ ସୁରକ୍ଷା ଓ ଜାତୀୟ ସୁରକ୍ଷା ନେଇ ଆଲୋଚନା କରିବା ସହ ଉଦ୍ଯାପନୀ ଉତ୍ସବରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।