ପ୍ରବଳ ବରଷିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ ‘ଫେଙ୍ଗଲ’ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପୂର୍ବରୁ ତାମିଲନାଡୁ ଓ ପୁଡୁଚେରୀର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।

ନାଗାପଟ୍ଟିନମ୍, ମାଇଲାଦୁଥୁରାଇ ଓ ତିରୁଭାରୁର ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି। ବର୍ଷାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନ୍ କହିଛନ୍ତି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆଜି ସକାଳ ୫ଟା ୩୦ରେ କେନ୍ଦ୍ରୀଭୂତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।