ବିଧାନସଭା ପାଇଁ ୩୦ ପ୍ଲାଟୁନ ଫୋର୍ସ
ଆସନ୍ତା କାଲି ଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ. ନଭେମ୍ବର 26 ତାରିଖ ରୁ ଆରମ୍ଭ ହେବାକୁଥିବା ଏହି ଅଧିବେଶନ ଡିସେମ୍ବର୍ 31 ତାରିଖ ପର୍ଯ୍ୟନ୍ତ ଚାଲିବ. ମୋଟ 30 ଟି କାର୍ଯ୍ୟଦିବସ ରହିଥିବା ବେଳେ ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ. ବିଧାନସଭା ଅଧିବେଶନ ପୂର୍ବରୁ ଏହା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପି Y B khurania । ଡିଜିପିଙ୍କ ସହ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ, ଡିସିପି ପିନାକ ମିଶ୍ର ସହ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ବିଧାନସଭା ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୋଲିସ ଛାଉଣୀ ହେବ। 30 ପ୍ଲାଟୁନ ଫୋର୍ସ ମୁତୟନ ହେବ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିସ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାର୍ଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ଲୋୟର ପିଏମଜିରେ ଏଥର ଧାରଣା ପାଇଁ ଅନୁମତି ମିଳିବ ନାହିଁ। ତଥାପି ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟିରେ ରଖି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ବ୍ୟବସ୍ଥା ହେବ। ସୁରକ୍ଷାକୁ ଅଧିକ କଡାକଡି କରିବା ପାଇଁ ଅସ୍ଥାୟୀ କଣ୍ଟ୍ରୋଲ ରୁମ ବ୍ୟବସ୍ଥା କରାଯାଇଛି । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ ଟଫ ପୋଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ