ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଆଜି ପୁରୀ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଛି । ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । ରାଜଭବନରେ କିଛି ସମୟ ବିଶ୍ରାମ ନେବେ ମହାମହିମ । ପରେ ଅପରାହ୍ନରେ ନୌସେନା ଦିବସ ସମାରୋହରେ ସାମିଲ ହେବେ । ବ୍ଲୁ ଫ୍ଲାଗ ବିଚରେ ନୌସେନାର ସମରାଭ୍ୟାସ ଦେଖିବେ ।

ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ ପରେ ୧୦ଟାରେ ଶ୍ରୀଜୀଉଙ୍କ ଦର୍ଶନ କରିବେ। ଏହାପରେ ୧୦.୫୦ରେ ପୁରୀସ୍ଥିତ ଶ୍ରୀଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନରେ ମଧ୍ୟାହ୍ନ ଭୋଜନ ସାରି ଅପରାହ୍ନ ୩ଟା ୩୦ରେ ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। 

Leave a Reply

Your email address will not be published. Required fields are marked *