ମାଡି ଆସୁଛି ସାମୁଦ୍ରିକ ଝଡ଼ ଫେଙ୍ଗଲ

ଭୁବନେଶ୍ୱର : ବଙ୍ଗୋପସାଗରରେ ବଳ ଗୋଟାଉଛି ସାମୁଦ୍ରିକ ଝଡ଼ ଫେଙ୍ଗଲ । ତାମିଲନାଡ଼ୁ-ପୁଡୁଚେରୀ ଉପକୂଳ ମୁହାଁ ହୋଇଛି ଗଭୀର ଅବପାତ । ଆସନ୍ତାକାଲି ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ।

ପ୍ରଭାବରେ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଗଲାଣି । ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଚେନ୍ନାଇ, ପୁଡୁଚେରୀ ସମେତ ବହୁ ଜିଲ୍ଲାରେ ସ୍କୁଲ ଛୁଟି, ଘୋଷଣା କରାଯାଇଛି ।  ଏପଟେ ଭୁବନେଶ୍ବର ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଆରମ୍ଭ ହେଲାଣି । ପୁରୀ, ଗଞ୍ଜାମ ଓ ଗଜପତି ଆଦି ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବାବେଳେ ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବ। ୩୦ ଓ ୧ ତାରିଖରେ ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ବର୍ଷା ହୋଇପାରେ। ଏହାସହ ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। 

Leave a Reply

Your email address will not be published. Required fields are marked *