ରାଜ୍ୟରେ ଶୀତ ଲହରି ଜାରି

ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି ଜିଲାରେ ଝିପିଝିପି ବର୍ଷା ହୋଇଛି।

ଅନ୍ୟପଟେ କଳାହାଣ୍ଡି ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଜ୍ଞାନୀ ଡ. ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାନୁସାରେ, ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନ ସହ କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନବରଙ୍ଗପୁର ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୪ ଓ ୫ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ନବରଙ୍ଗବୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି। 

Leave a Reply

Your email address will not be published. Required fields are marked *