ସିରିଆ ରାଷ୍ଟ୍ରପତିଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ
ସିରିଆ ରାଷ୍ଟ୍ରପତି ବସର ଅଲ-ଅସଦଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି । ବିଦ୍ରୋହୀଙ୍କ ଆକ୍ରମଣ ପରେ ସିରିଆ ରାଷ୍ଟ୍ରପତି ବସର ଅଲ-ଅସଦ ଏବଂ ତାଙ୍କ ପରିବାର ରାଜଧାନୀ ଦାମାସସ୍କ ଛାଡ଼ି ପଳାୟନ କରିଥିଲେ ।

ମିଳିଥିବା ସୂଚନା ଅନୁଯାୟୀ, ତାଙ୍କ ବିମାନ ଆକାଶରେ ୫୦୦ ମିଟର ଉଚ୍ଚରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହାର ଭଗ୍ନାବଶେଷ ମଧ୍ୟ ଉଦ୍ଧାର କରାଯାଇଛି । ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପୂର୍ବରୁ ରାଡାରରୁ ନିଖୋଜ ହୋଇଯାଇଥିଲା । ସେ ତାଙ୍କ ପରିବାର ସହ ଦେଶ ଛାଡୁଥିବା ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।
