ମନମୋହନ ସିଂଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କରିଛନ୍ତି କେନ୍ଦ୍ର ସରକାର। ସେହିପରି ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟର ବୈଠକ ହେବ ବୋଲି ସୂଚନା ମିଳିଛି । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି ।
ସେହିପରି ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା। ଅନ୍ତିମ ସମୟରେ ଶ୍ରୀ ସିଂହଙ୍କ ପାଖରେ ତାଙ୍କ ପତ୍ନୀ ଗୁରୁଶରଣ କୌର ଓ ୩ ଝିଅ ଉପସ୍ଥିତ ଥିଲେ।
