୨୦ରେ ନିର୍ବାଚନ

ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ବିଜେଡି ଟିକେଟ୍‌ରୁ ରାଜ୍ୟ ସଭାକୁ ଯାଇଥିବା ସୁଜିତ କୁମାର ରାଜ୍ୟ ସଭାର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏମ୍‌ପି ପଦରୁ ଇସ୍ତଫା ଦେବା ପରେ ପରେ ବିଜେଡି ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦଳରୁ ତାଙ୍କୁ ନିଲମ୍ବିତ କରିଥିଲେ। ଏହାପରେ ସେ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *