ତୁରନ୍ତ ଦେଶ ଛାଡ

ସିରିଆରେ ବିଦ୍ରୋହୀଙ୍କ ଦ୍ୱାରା ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାର ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛନ୍ତି। ଏଥିରେ ଭାରତୀୟ ନାଗରିକମାନଙ୍କୁ ପରାମର୍ଶ ଦିଆଯିବା ପର୍ଯ୍ୟନ୍ତ ସିରିଆ ଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଛି।

ଏହାସହ ସେଠାରେ ଥିବା ନାଗରିକ ତୁରନ୍ତ ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି।ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ, ସିରିଆର ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ନାଗରିକଙ୍କୁ ଅଧିକ ସୂଚନା ନ ହେବା ପର୍ଯ୍ୟନ୍ତ ସିରିଆ ଯାତ୍ରା ନକରିବାକୁ ପରାମର୍ଶ ଦିଆଯାଇଛି।