ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆସନ୍ତା ୩୧ରୁ ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ମାଧୋ ସିଂଙ୍କ ସହିଦ୍‌ ଦିବସରେ ତାଙ୍କ ଜନ୍ମସ୍ଥାନ ବରଗଡରୁ ଏହି ଯୋଜନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ । ଏଥିରେ ପ୍ରାୟ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ ୧୫୬ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ।

Leave a Reply

Your email address will not be published. Required fields are marked *