ଏବେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି; କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ ଜାଣନ୍ତୁ…

‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଦେଇ କହିଛନ୍ତି ଯେ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଛି । ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି ବୋଲି କହିଛନ୍ତି।

ତେବେ ଚଳିତ ମାସ ଡିସେମ୍ବର ୨୫ ତାରିଖରେ ମିଳିବାର ଥିଲା ‘ସୁଭଦ୍ରା’ ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବାର ଥିଲା ଏଇ ୨୫ ତାରିଖରେ । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା । ପ୍ରକାଶ ଯେ, ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇସାରିଛି ।

Leave a Reply

Your email address will not be published. Required fields are marked *