ଭୋଟ ଚୋରି ପ୍ରସଙ୍ଗରେ ନଭେମ୍ବର-ଡିସେମ୍ବରରେ ଓଡ଼ିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ସନ୍ତା ନଭେମ୍ବର ଓ ଡିସେମ୍ବର ମାସରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ରାଜ୍ୟରେ ବଡ଼ ଧରଣର କାର୍ଯ୍ୟକ୍ରମ ଆୟୋଜନ ହେବ। ଭୋଟ ଚୋରି, ଗରିବୀ ଏବଂ ନାରୀ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ରାହୁଲ ଗାନ୍ଧୀ ରୋଡ଼ ଶୋ କରିବେ ଏବଂ ବିଶାଳ ସଭାରେ ଯୋଗ ଦେବେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଅଂଶଗ୍ରହଣ କରିବେ। ଏହି ସୂଚନା ଦେଇ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ, ରାହୁଲ ଗାନ୍ଧୀ ରାଜ୍ୟର ସମସ୍ତ ଅଞ୍ଚଳ ଗସ୍ତ କରି ଜନସାଧାରଣଙ୍କ ସହ ସଂଯୋଗ ସ୍ଥାପନ କରିବେ ଏବଂ ଏହି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଆଲୋଚନା କରିବେ।

Leave a Reply

Your email address will not be published. Required fields are marked *