ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’
ରବିବାରଠାରୁ ଶିମିଳିପାଳ ପାର ହୋଇ ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡ଼ିଶା ସୀମା ପାର କରି ଝାଡ଼ଖଣ୍ଡ ଜଙ୍ଗଲରେ ପ୍ରବେଶ କରିଛି। ତେବେ ଅନୁଧ୍ୟାନକାରୀ ଟିମ୍ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ ଆଣିବା ପାଇଁ ତା’ ପଛେ ପଛେ ରହିଛନ୍ତି।…
