Satej News

ଜାତୀୟ ଭୋଟର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଜାନୁଆରୀ 25, 2025 ତାରିଖରେ ପାଳନ କରାଯିବାକୁ ଥିବା ଜାତୀୟ ଭୋଟର ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ଶ୍ରୀ ଆର ଏସ ଗୋପାଳନ (ଭା. ପ୍ର. ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜାନୁଆରି 25 ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଏବଂ କଲେଜ ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ରାଲୀ କ୍ୟାପିଟାଲ ହାଇସ୍କୁଲ ଠାରୁ ସଚିବାଳୟର ସମ୍ମିଳନୀ କକ୍ଷ ପର୍ଯ୍ୟନ୍ତ କରାଯିବାକୁ ନିଷ୍ପତି ନିଆ ଯାଇଥିବା ବେଳେ…

Read More

ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଖରିଫ ୨୦୨୫-୨୬ ଧାନ ସଂଗ୍ରହ ସମୀକ୍ଷା

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କରିଛନ୍ତି। ଚାଷୀଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସହଯୋଗ କରିବା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବାକୁ ଅଧିକାରୀମାନଙ୍କୁ ଉପମୁଖ୍ୟମନ୍ତ୍ରୀ କଡାକଡି ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାରେ ନିୟୋଜିତ ବିଭାଗୀୟ ଅଧିକାରୀଙ୍କୁ ମଣ୍ଡି ଗୁଡ଼ିକୁ ନିୟମିତ ଭାବରେ ପରିଦର୍ଶନ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ସମ୍ପ୍ରତି ରାଜ୍ୟରେ ଖରିଫ ଧାନ ସଂଗ୍ରହ ଜାରି…

Read More

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ୧୦୮ ଆମ୍ବୁଲାନ୍ସ

ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ।…

Read More

ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା

ଆଜି ପୂର୍ବାହ୍ନରେ ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଯୁଦ୍ଧ କୌଶଳ, ଶାରୀରିକ ସାମର୍ଥ୍ୟ, ରଣନୀତି କୌଶଳ ଓ ମାନସିକ ସହନଶୀଳତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଆୟୋଜନ କରାଯାଇଛି ବୋଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ଶ୍ରୀ ସଂଜୀବ ପଣ୍ଡା କହିଛନ୍ତି । ଏହି…

Read More

ତଟବର୍ତ୍ତୀ ସୁରକ୍ଷା ସମୟ ସମିତି ସମ୍ପର୍କିତ ଏକ ଉଚ୍ଚ ସ୍ତରୀୟ ବୈଠକ

ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଚତୁର୍ଥ ତଟବର୍ତ୍ତୀ ସୁରକ୍ଷା ସମୟ ସମିତି ସମ୍ପର୍କିତ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦେଶ କ୍ରମେ ଆରକ୍ଷୀ ମହାନିର୍ଦ୍ଦେଶକ( କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ । ଉକ୍ତ ବୈଠକରେ ରାଜ୍ୟରେ ବହୁ ପ୍ରତିଷ୍ଠିତ ତୈଳ ଓ ଗ୍ୟାସ କମ୍ପାନିର ବରିଷ୍ଠ ପଦାଧିକାରୀଙ୍କ ସହ ସୁରକ୍ଷା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା…

Read More

ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟର  ସର୍ବବୃହତ ମେଡିକାଲ କଲେଜ ହିସାବରେ ଏଠାକୁ ପ୍ରତିଦିନ ହଜାର ହଜାର ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ଆସିଥାନ୍ତି। ଏହି ମେଡିକାଲ କଲେଜକୁ ଏକ ବିଶ୍ବସ୍ତରୀୟ ମେଡିକାଲ କଲେଜ ରୂପେ ବିକଶିତ କରିବା…

Read More

ଆଗାମୀ ତିନି ମାସର ମୁଖ୍ୟ ଫୋକସ୍ ହେଉଛି ନିବେଶ ପ୍ରସ୍ତାବ ଗୁଡିକୁ କାର୍ଯ୍ୟକାରୀ କରି ପ୍ରକଳ୍ପ ଶିଳାନ୍ୟାସ କରିବା

ହାଇଦ୍ରାବାଦରେ ଆୟୋଜିତ  ୨ ଦିନିଆ ଓଡ଼ିଶା ନିବେଶକ ସମ୍ମିଳନୀ ଓ ରୋଡଶୋରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶା ଭାରତର ସର୍ବବୃହତ ନିବେଶ କେନ୍ଦ୍ର ଭାବେ ପ୍ରତିଷ୍ଠା ହାସଲ କରିବ ବୋଲି ଦୃଢୋକ୍ତି ପ୍ରକାଶ କହିଛନ୍ତି। ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନାଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହାଇଦ୍ରାବଦ ସମ୍ମିଳନୀରୁ ଏହା ସ୍ପଷ୍ଟ ହୋଇଛି ଯେ, ନିବେଶକ ମାନଙ୍କ ଓଡିଶା ପ୍ରତି ଦୃଢ ବିଶ୍ବାସ ରହିଛି। ଦୁଇଦିନ ଧରି…

Read More

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ବୈଠକ

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଅଧ୍ୟକ୍ଷତା କରି ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଚଳିତ ବର୍ଷର ପ୍ରଜ୍ଞାପନ ମେଢ଼ରେ ବିଭିନ୍ନ ବିଭାଗର ସଫଳତାର କାହାଣୀ ସହ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର ଉପଯୁକ୍ତ ପ୍ରତିଫଳନ…

Read More

୧ କୋଟି ୬୪ ଲକ୍ଷ ଟଙ୍କା ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ

ପୋଲିସ ସହ ସମନ୍ୱୟରେ ଡ଼ିସେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଅବକାରୀ ଚଢ଼ାଉ ଅଭିଯାନର ପ୍ରଥମ ଦୁଇ ଦିନରେ  ପ୍ରାୟ ୧. ୬୪ କୋଟି ଟଙ୍କା ମୂଲ୍ୟର ଅବୈଧ ମାଦକ ଦ୍ରବ୍ୟ ତଥା ବେଆଇନ ସାମଗ୍ରୀ ଜବତ କରାଯାଇଛି। ନବବର୍ଷ ଉତ୍ସବକୁ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଏହି ଚଢ଼ାଉ ଅଭିଯାନରେ ୪ଟି  NDPS ମାମଲା ସହ ମୋଟ ୩୧୮ ଟି ମାମଲା ରୁଜୁ ହୋଇଛି I ଯେଉଁଥିରେ ୧୩୪ ଜଣଙ୍କୁ ଗିରଫ…

Read More

ଏହି ରାଶି ଆପଣଙ୍କୁ କରିବ ମାଲାମାଲ

ମେଷ: ଘରର ସବୁ କାମ ସହଜରେ ପୂରା ହେବ। ଓକିଲଙ୍କୁ ନୂଆ ମକଦ୍ଦମା ମିଳିପାରେ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ। ବୃଷ: କାମ କରିବା ସମୟରେ ତରତର ହୁଅନ୍ତୁ ନାହିଁ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। ମିଥୁନ: ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରି ମାନସିକ ସନ୍ତୋଷ ପାଇବେ। ଆପଣଙ୍କ ଠାରେ କଠିନ କାମ କରିବାର କ୍ଷମତା…

Read More