ହସ୍ପିଟାଲରେ ଲାଲକୃଷ୍ଣ ଆଡ଼ଭାନୀ

ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଖବର ଅନୁଯାୟୀ ୯୭ ବର୍ଷୀୟ ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନ୍ୟୁରୋଲୋଜି ବିଭାଗର ବରିଷ୍ଠ ଡାକ୍ତର ବିନୀତ ସୂରୀଙ୍କ ତତ୍ତ୍ୱାବଧାନରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଏହା ଏକ ରୁଟିନ୍ ଚେକ୍ ଅପ୍ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *