ସକ୍ରିୟ ହେଲା ଲଘୁଚାପ : ରାଜ୍ୟରେ ୫ ଦିନ ପ୍ରବଳ ବର୍ଷାର ଆଶଙ୍କା
ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫ ଦିନ ମଧ୍ୟରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି, ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିପାରେ। ଆସନ୍ତା ୨୪ ଘଣ୍ଠା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଫଳରେ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ…
