
ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କର୍ମଚାରୀଙ୍କ ପାଇଁ ଅନେକ କଠୋର ନିୟମ ଲାଗୁ କରାଯାଇଛି। ୨୦୨୫ ଜାନୁଆରି ୩୧ ତାରିଖ ସୁଦ୍ଧା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ପତ୍ତି ବିବରଣୀ ଦାଖଲ କରିବାକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଏହାକୁ ନ ମାନିଲେ ବାର୍ଷିକ ଇନକ୍ରିମେଣ୍ଟ, ପଦୋନ୍ନତି ଓ ଆର୍ଥିକ ପୁରସ୍କାର ବନ୍ଦ ହେବା ଭଳି ପରିଣାମ ଭୋଗିବାକୁ ପଡ଼ିବ। ନିକଟରେ ପ୍ରଶାସନିକ ସମୀକ୍ଷା ବେଳେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୃଙ୍ଖଳା ଓ…