୩୦ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ୨ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ୩୦ ଜିଲ୍ଲା ପାଇଁ ପ୍ରଭାରୀ ମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ବ ପ୍ରଦାନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ କରିଛନ୍ତି।

ସେହିପରି ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ ଓ ଦେବଗଡ, ମନ୍ତ୍ରୀ ରବି ନାରାୟଣ ନାୟକଙ୍କୁ ସୋନପୁର ଓ ବଲାଙ୍ଗୀର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ଅନୁଗୁଳ ଓ ସମ୍ବଲପୁର, ମନ୍ତ୍ରୀ ପୃଥିରାଜ ହରିଚନ୍ଦନଙ୍କୁ ଗଞ୍ଜାମ ଓ ଗଜପତି, ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଝାରସୁଗୁଡା ଓ ବରଗଡ, ମନ୍ତ୍ରୀ ବିଭୃତି ଭୂଷଣ ଜେନାଙ୍କୁ ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।

ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ କନ୍ଧମାଳ ଓ ବୌଦ୍ଧ, ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆଙ୍କୁ କଳାହାଣ୍ଡି ଓ ନୂଆପଡା, ମନ୍ତ୍ରୀ ସୂର୍ଯ୍ୟବଶୀ ସୁରଜଙ୍କୁ ଯାଜପୁର ଓ କେନ୍ଦ୍ରାପଡା, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ଖୋର୍ଦ୍ଧା ଓ ନୟାଗଡ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ କୋରାପୁଟ ଓ ମାଲକାନଗିରି , ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କୁ ଢେଙ୍କାନାଳ ଓ ପୁରୀ ଜିଲ୍ଲା ପାଇଁ ପ୍ରଭାରୀ ନିଯୁ୍କ୍ତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *