ରାଜ୍ୟକୁ ପୁଣି ଫେରିବ ଥଣ୍ଡା, ଆଇଏମଡି ଦେଲା ସୂଚନା

ଭୁବନେଶ୍ୱର: ଗତ କିଛି ଦିନ ମଧ୍ୟରେ ଓଡ଼ିଶାରେ ଥଣ୍ଡା ଫେରିବାର ସମ୍ଭାବନା ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ ପରିବର୍ତ୍ତନ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଇଏମଡିର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର ଜିଲ୍ଲାଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ।
ଏଥିସହ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଜାନୁଆରୀ ୧୬ରେ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଆକଳନ ଅନୁଯାୟୀ, ଝାରସୁଗୁଡ଼ା, ସମ୍ବଲପୁର, କଟକ, ପୁରୀ, ଗଞ୍ଜାମ, ଗଜପତି, ସୋନପୁର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଥିଲା। ସୁନ୍ଦରଗଡ଼, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିଲା ।
ସେହିପରି ୧୬ ଜାନୁଆରୀ ୨୦୨୫ରୁ ୧୭ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, ଗଜପତି, ସୋନପୁର, ଅନୁଗୁଳ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେଣୁ ଆଗାମୀ ଦିନରେ ଥଣ୍ଡା ଓ କୁହୁଡ଼ି ପାଇଁ ପ୍ରସ୍ତୁତ ରହିବାକୁ ଓଡ଼ିଶାବାସୀଙ୍କୁ ପରାମର୍ଶ ଦିଆଯାଇଛି।