ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା । ୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ପ୍ରତି ଥାନାକୁ ୯ଟି ବାଇକ୍ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବ। ୨୦୨୬ ସୁଦ୍ଧା ଓଡ଼ିଶା ମାଓ ମୁକ୍ତ ହେବା ନେଇ ସେ ଦୃଢ଼ୋକ୍ତ ପ୍ରକାଶ କରିଛନ୍ତି। କଟକ ପୋଲିସ ଡ୍ୟୁଟି ମିଟରେ ଯୋଗ ଦେବା ଅବସରରେ ଭର୍ଚୁଆଲ ମୋଡ୍ରେ ଉଦଘାଟନ କରିଛନ୍ତି। ୩ ଥାନା ହେଲା ବଳଙ୍ଗା, ଅସ୍ତରଙ୍ଗ, ଡେଲାଙ୍ଗ ଥାନା। ଡିସେମ୍ବର ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୪ ଦିନ ଧରି ଚାଲିଥିଲା ଏହି ପ୍ରତିଯୋଗିତା। ଓଡ଼ିଶାର ମୋଟ ୩୭ଟି ପୋଲିସ ଜିଲ୍ଲାରୁ ୩୧୭ ପ୍ରତିଯୋଗୀ ଓ ବିଭିନ୍ନ ଜିଲ୍ଲାରୁ ୩୭ଟି ସନ୍ଧାନୀ କୁକୁର ଭାଗ ନେଇଥିଲେ। ପୋଲିସ ବୃତ୍ତିଗତ ପ୍ରତିଯୋଗିତାରେ ଭାଗ ନେଇ କୃତକାର୍ଯ୍ୟ ହୋଇଥିବା ବିଭିନ୍ନ କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ।ସେହିପରି ବୃତ୍ତିଗତ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିଥିବା ଦକ୍ଷ ପ୍ରତିଯୋଗୀମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ଓ ଟ୍ରଫି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଡିଜି ୱାଇ.ବି ଖୁରାନିଆଙ୍କ ସମେତ ରାଜ୍ୟ ପୁଲିସ୍ ବାହିନୀର ବହୁ ବରିଷ୍ଠ ଆଇପିଏସ୍ ଓ ଅଧିକାରୀମାନେ ଉପସ୍ଥିତ ଥିଲେ। ପୁରୀ ଜିଲ୍ଲାର ତିନି ନୂଆ ଥାନା ଉଦଘାଟନ କରିଚନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *