୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଶ୍ରଦ୍ଧାଳୁଙ୍କ ପାଇଁ ବଡ ଖବର

ଉହାପ୍ରଭୁଙ୍କ ଦର୍ଶନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ବଡ ଖବର । କାଳିଆ ଦର୍ଶନ ପାଇଁ ୫ଘଣ୍ଟା ଅପେକ୍ଷା କରିବାକୁ ପଡିପାରେ । କାହିଁକିନା ୫ଘଣ୍ଟା ବନ୍ଦ ରହିବ ଦର୍ଶନ ବ୍ୟବସ୍ଥା ।
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦୂତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ, ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
ତେବେ ଯଦି ଆପଣ ସନ୍ଧ୍ୟାରେ ଦର୍ଶନ କରିବାକୁ ଯୋଜନା ରଖିଥିବେ ତେବେ ଆପଣଙ୍କୁ ରାତି ୧୦ ପରେ ମହାପ୍ରଭୁଙ୍କ ଦର୍ଶନ ମିଳିପାରିବ । ସଂନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ବନ୍ଦ ରହିବ ।