ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଇଡିର ରେଡ୍‌

ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡିର ରେଡ୍‌ । ୨୩୧ କୋଟି ଟଙ୍କାର ଠକେଇ ଅଭିଯୋଗରେ ଆଜି ସକାଳୁ ଚାଲିଛି ଏହି ରେଡ୍‌ । ସ୍ୱର୍ଗତ କ୍ଷୀରୋଦ ମଲ୍ଲିକଙ୍କ ସମ୍ବଲପୁର ସ୍ଥିତ ୩ଟି ସ୍ଥାନରେ ଏକକାଳୀନ ରେଡ୍‌ କରାଯାଉଛି । ଦିଲ୍ଲୀରେ ବି ଏକକାଳୀନ ରେଡ୍ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପ୍ରକାଶ ଯେ, ବିଶ୍ବ ଏନଜିଓର ପ୍ରତିଷ୍ଠାତା ହେଉଛନ୍ତି ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ।

ଭାରତ ଇଣ୍ଟିଗ୍ରେଟେଡ୍ ସୋସିଆଲ ୱେଲଫେୟାର ଏଜେନ୍ସି ନାଁରେ ନେଇଥିଲେ ୨୩୧ କୋଟି ଟଙ୍କାର ଲୋନ । ତାଙ୍କ ବିରୋଧରେ ରହିଛି ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗ । ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ । ଏହି ସବୁ ଟଙ୍କା ନିର୍ବାଚନରେ ଲଗାଇଥିବା ଅଭିଯୋଗ ଆସିଥିଲା ।

Leave a Reply

Your email address will not be published. Required fields are marked *