୨ ଦିନ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଆଇଏମଡି
ଭୁବନେଶ୍ବର: ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରି ଆଇଏମଡି କହିଛି ଯେ ଜାନୁଆରୀ ୨୫ ଓ ୨୬ ରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ ତାରିଖ ସକାଳୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ ଜିଲ୍ଲାର କେତେକ ସ୍ଥାନରେ ଏବଂ ପୁରୀ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
ସେହିପରି ୨୬ ତାରିଖ ସକାଳୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ ଜିଲ୍ଲାର କେତେକ ସ୍ଥାନରେ ଏବଂ ପୁରୀ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ପୂର୍ବାନୁମାନ କରିଛି ଯେ ଓଡ଼ିଶାରେ ପାଗ ଶୁଖିଲା ରହିବ ଏବଂ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ରାଜ୍ୟରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବା ସହ ଆକାଶ ସ୍ୱଚ୍ଛ ରହିବ ଏବଂ ବର୍ଷା ହେବ ନାହିଁ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା (ରାତିର ତାପମାତ୍ରା) ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
