ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି । ଏହି ସମୟରେ ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଜାନୁଆରୀ ୮,୯ ଓ ୧୦ରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ ।

ଏହାପରେ ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍ସର୍ଷ ଓଡ଼ିଶା କନକ୍ଲେଭ୍ ଅନୁଷ୍ଠିତ ହେବ ଏହି କାର୍ଯ୍ୟକ୍ରମରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ କଟକରେ ଆୟୋଜିତ ରାଜ୍ୟ ପୋଲିସ୍‌ ହାବିଲଦାର କନଷ୍ଟେବଳ ସିପାହୀ ମହାସଂଘ ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *