ଆସନ୍ତାକାଲିଠାରୁ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଦିନରେ ଖରା ସହ ଅପରାହ୍ଣରେ ବର୍ଷା ଜାରି ରହିଛି। ଅନ୍ୟପଟେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହେଉଛି। ଏହାର ପ୍ରଭାବରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ୨୪ ତାରିଖ ଦିନ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୫ ତାରିଖରେ ପ୍ରବଳ ବର୍ଷା ଲାଗି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ପାଇଁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସମଗ୍ର ଉପକୂଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *