ସାହିତ୍ୟିକ ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହେବେ ଖ୍ୟାତନାମା ସାହିତ୍ୟିକ ପ୍ରଫେସର ବୈଷ୍ଣବ ଚରଣ ସାମଲ । ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପୁରସ୍କାର ପାଇବେ ବୋଲି ସୂଚନା ମିଳିଛି। ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍ ଭାବେ କାର୍ଯ୍ୟ କରିଛନ୍ତି। ଓଡ଼ିଆ ସାହିତ୍ୟର ଇତିହାସ, ଓ ଗଳ୍ପର ଇତିବୃତ୍ତ, ଓ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର ଆଦି…
