ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ୍ ପ୍ରତିମୂର୍ତ୍ତି ଲୋକାର୍ପିତ
କଟକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ବ୍ରୋଞ୍ଜ୍ ପ୍ରତିମୂର୍ତ୍ତି ଲୋକାର୍ପିତ। ବେଲଭ୍ୟୁ ଛକରେ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ଏମ୍ପି ଭର୍ତ୍ତୃହରି ମହତାବ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହିଥିଲେ।କଟକର ବେଲିଭ୍ୟୁ ଛକରେ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ହୋଇଛି । ଶିଳ୍ପୀ ସଞ୍ଜିବ ବିଶ୍ୱାଳଙ୍କ ତତ୍ତ୍ୱାବଧନାରେ ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ଲକ୍ଷ୍ମୀଧର…
