IAS ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ IAS ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ । ଦିଲ୍ଲୀ ସିବିଆଇରୁ ଆସିଛି ସମନ । ଗତ ୧୦ ତାରିଖରେ ସିବିଆଇ ତରଫରୁ ଏହି ସମନ ପଠାଇଥିବା ସୂଚନା ମିଳିଛି । ଟେଣ୍ଡର ଫିକ୍ସିଂ ମାମଲାରେ ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କ ଆକାଉଣ୍ଟରୁ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବା ସୂଚନା ରହିଛି । ଏହି ମାମଲାରେ ବିଷ୍ଣୁପଦଙ୍କ ଠାରୁ ତାଙ୍କ ଡ୍ରାଇଭରଙ୍କ ବିଷୟରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଜାଣିବାକୁ ଚାହୁଁଛି ସିବିଆଇ ।…
