ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆସନ୍ତା ୩୧ରୁ ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ମାଧୋ ସିଂଙ୍କ ସହିଦ୍ ଦିବସରେ ତାଙ୍କ ଜନ୍ମସ୍ଥାନ ବରଗଡରୁ ଏହି ଯୋଜନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ…
